ପିପିଲି ଉପନିର୍ବାଚନ: ପୁରୀ ଜିଲ୍ଲାରେ ଆଦର୍ଶ ଆଚରଣବିଧି ଲାଗୁ

  • ଭୁବନେଶ୍ୱର: କୋଭିଡ୍ ମହାମାରୀ ପାଇଁ ସ୍ଥଗିତ ଥିବା ପିପିଲି ବିଧାନସଭା ଉପ-ନିର୍ବାଚନ ପାଇଁ ଭାରତର ନିର୍ବାଚନ କମିଶନ ଗତ ୪ ତାରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏହି ଘୋଷଣା ସହ ଗତ ୪ ତାରିଖଠାରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଆଦର୍ଶ ଆଚରଣବିଧି ଲାଗୁ ହୋଇଛି। ସମସ୍ତ ରାଜନୈତିକ ଦଳ, ନିର୍ବାଚନରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀ ଓ ସମଗ୍ର ପୁରୀ ଜିଲ୍ଲାରେ ଆଦର୍ଶ ଆଚରଣବିଧି ଲାଗୁ ହୋଇଛି। ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ଅନୁସାରେ ଆସନ୍ତା ୩୦ ତାରିଖରେ ଭୋଟ ଗ୍ରହଣ, ୩ ଅକ୍ଟୋବରରେ ଗଣତି ହୋଇ ଅକ୍ଟୋବର ୫ ତାରିଖ ଦିନ ନିର୍ବାଚନ ପ୍ରକ୍ରିୟା ଶେଷ ହେବ। ଏଣୁ ଅକ୍ଟୋବର ୫ ପର୍ଯ୍ୟନ୍ତ ଆଦର୍ଶ ଆଚରଣବିଧି ଲାଗୁ ହେବ।