ଭୁବନେଶ୍ୱର,ଏନ୍ଏନ୍ଏସ୍: ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଇଁ ଆଡମିଶନ ଅବଧି ଆଉ ୨ ଦିନ ବୃଦ୍ଧି କରାଯାଇଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ନାମଲେଖା ଅବଧି ବୃଦ୍ଧି ହୋଇଥିବା ଜଣାପଡ଼ିଛି।
ଆସନ୍ତାକାଲି ଭାରତ ବନ୍ଦ ଥିବାରୁ ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଥିବା ଜଣାପଡ଼ିଛି। ଉଚ୍ଚଶିକ୍ଷା ବିଭାଗର ଏହି ନିଷ୍ପତ୍ତି ଛାତ୍ରଛାତ୍ରୀ ତଥା ଅଭିଭାବକମାନେ ସନ୍ତୋଷ ବ୍ୟକ୍ତ କରିଥିବା ଜଣାପଡ଼ିଛି।