ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ବାତ୍ୟା ଅମ୍ଫାନରେ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ଭୁବନେଶ୍ୱର ବିମାନ ବନ୍ଦରେ ପହଞ୍ଚିଛନ୍ତି। ଏହି ସମୟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନ ବନ୍ଦରରେ ଉପସ୍ଥିତ ରହି ନରେନ୍ଦ୍ର ମୋଦୀଙ୍କୁ ସ୍ୱାଗତ କରିଛନ୍ତି। ସେହିପରି ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିଜେପି ରାଜ୍ୟ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ମନମୋହନ ସାମଲ ଉପସ୍ଥିତ ଥିଲେ। ଏଥିସହିତ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି।

ପ୍ରଧାନମନ୍ତ୍ରୀ ବିମାନ ବନ୍ଦରରୁ ଶିଧା ସଳଖ ସ୍ୱତନ୍ତ୍ର ହେଲିକାପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ। ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକର ଆୟୋଜନ କରାଯାଇଛି। ଏଥିରେ ବାତ୍ୟା କ୍ଷୟକ୍ଷତିର ଆକଳନ କରାଯିବା।