ଏପ୍ରିଲ ୮ରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ମୋଦୀଙ୍କ ବୈଠକ

ନୂଆଦିଲ୍ଲୀ: ଦେଶରେ ବଢ଼ୁଥିବା କରୋନା ମାମଲା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୮ରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ। ରବିବାର ମୋଦୀ ଏକ ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଉକ୍ତ ବୈଠକରେ କରୋନା ଓ ଟିକାକରଣକୁ ନେଇ ଚର୍ଚ୍ଚା ହୋଇଥିଲା। ଏଥିରେ କ୍ୟାବିନେଟ ସଚିବ, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ, ସ୍ୱାସ୍ଥ୍ୟ ସଚିବ ଓ ଡାକ୍ତର ବିନୋଦ ପୋଲ ଉପସ୍ଥିତ ଥିଲେ।