ଏଲ କେ ଆଡଭାନୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ,ଏଜେନ୍ସି: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କ ଆଜି ହେଉଛି ୯୩ତମ ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଭେଟି ଜନ୍ମ ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ଆଡଭାନୀଙ୍କୁ ଦଳୀୟ କର୍ମକର୍ତ୍ତା ତଥା ଦେଶବାସୀଙ୍କ ପାଇଁ ପ୍ରତ୍ୟକ୍ଷ ପ୍ରେରଣା ବୋଲି କହିଛନ୍ତି। ଏହି ସମୟରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଓ ବିଜେପି ସଭାପତି ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ।

ଏଥିସହିତ ପ୍ରଧାନମନ୍ତ୍ରୀ ମୋଦୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ମଧ୍ୟ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, “ବିଜେପିକୁ ପ୍ରତି ଲୋକଙ୍କ ନିକଟରେ ପହଞ୍ଚାଇବା ସହ ଦେଶର ବିକାଶରେ ପ୍ରମୁଖ ଭୂମିକା ନିର୍ବାହ କରିଥିବା ଶ୍ରଦ୍ଧେୟ ଆଡଭାନୀଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା। ସେ ପାର୍ଟିର କୋଟି କୋଟି କର୍ମକର୍ତ୍ତାଙ୍କ ସମେତ ଦେଶବାସୀଙ୍କ ପାଇଁ ମଧ୍ୟ ପ୍ରତ୍ୟକ୍ଷ ପ୍ରେରଣାର ଉତ୍ସ। ମୁଁ ତାଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରୁଛି।”