ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦୀଙ୍କ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ ତାରିଖରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ କରିବେ। ଭିଡିଓ କନଫ୍ରେନ୍ସିଂ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ରାଜ୍ୟର କରୋନା ଓ ଓମିକ୍ରନର ବଢ଼ୁଥିବା ମାମଲାକୁ ନେଇ ଆଲୋଚନା ହେବ ବୋଲି ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ମାସରେ ଓମିକ୍ରନକୁ ନେଇ ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଉକ୍ତ ବୈଠକରେ ଓମିକ୍ରନ୍ ନିୟନ୍ତ୍ରଣ, ଅକ୍ସିଜେନ ସିଲିଣ୍ଡର, ଭେଣ୍ଟିଲେଟର, ଆଇସିୟୁ, ଅକ୍ସିଜେନ ବେଡ, ଆଇଟି ହସ୍ତକ୍ଷେପ ଓ ଟିକାକରଣ ସ୍ଥିତିକୁ ସମୀକ୍ଷା କରିଥିଲେ।