ରାଷ୍ଟ୍ରପତି କୋବିନ୍ଦଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷାରେ ହୋଇଥିବା ଅବହେଳାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଚିନ୍ତା ବ୍ୟକ୍ତ କରିଛନ୍ତି। ଏହି ମାମଲାକୁ ନେଇ ଆଜି ମୋଦୀ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। ଏନେଇ ରାଷ୍ଟ୍ରପତି ଭବନରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି।

ଅନ୍ୟପଟେ ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାୟଡୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ହୋଇଥିବା ଅବହେଳାକୁ ନେଇ ଗଭୀର ଚିନ୍ତା ବ୍ୟକ୍ତ କରିଛନ୍ତି। ଉପରାଷ୍ଟ୍ରପତି କହିଛନ୍ତି ଯେ, ସୁରକ୍ଷା ପ୍ରୋଟୋକଲକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନେଇ ଦୃଢ଼ ପଦକ୍ଷେପ ନିଆଯାଉ। ଫଳରେ ଭବିଷ୍ୟତ୍ୟରେ ଏପରି ଅବହେଳା ହେବ ନାହିଁ।