ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଣ୍ଡିଆ ଗେଟ ନିକଟରେ ସ୍ଥାପିତ ହୋଇଥିବା ସ୍ୱାଧୀନତା ସଂଗ୍ରମାୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କରିଛନ୍ତି । ୨୮ ଫୁଟ ଉଚ୍ଚତା ବିଶିଷ୍ଟ ଏହି ପ୍ରତିମୂର୍ତ୍ତିକୁ ଗ୍ରାନାଇଟରେ ପ୍ରସ୍ତୁତ କରାଯାଇଛି । ଏହାର ଓଜନ ପାଖାପାଖି ୬୫ ମେଟ୍ରିକ ଟନ୍ ହେବ ।