କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଜନ୍ମଦିନ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘାୟୁ କାମନା କରିଛନ୍ତି।

ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଯେ ସୋନିଆ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ଭଗବାନ ତାଙ୍କୁ ଦୀର୍ଘାୟୁ କରନ୍ତୁ। ସେହିପରି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ମଧ୍ୟ ଟୁଇଟ୍‌ କରି ସୋନିଆଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି।

ତେବେ ସୋନିଆ ଗାନ୍ଧୀ ୭୪ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୪୬ ମସିହା ଡିସେମ୍ବର ୯ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସୂଚନାଥାଉକି, କୃଷି ଆଇନ ବିରୋଧରେ ଜାରି ରହିଥିବା କୃଷକ ଆନ୍ଦୋଳନ ଓ କୋଭିଡ୍‌ ପାଇଁ ସେ ଚଳିତ ବର୍ଷ ଜନ୍ମଦିନ ପାଳନ କରୁନାହାନ୍ତି। ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି।