ନୂଆଦିଲ୍ଲୀ,ଏଜେନ୍ସି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହ କ୍ଷୟକ୍ଷତିର ସମୀକ୍ଷା କରିବା ପରେ ସହାୟତା ପ୍ୟାକେଜର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଓଡ଼ିଶାକୁ ତତ୍କାଳ ପ୍ରଭାବରେ ୫୦୦ କୋଟି ଟଙ୍କା ଓ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡକୁ ମିଶାଇ ୫୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି।
ସେହିପରି ବାତ୍ୟାରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା କ୍ଷତିପୂରଣ ରାଶି ଦେବାକୁ ମଧ୍ୟ ଘୋଷଣା ହୋଇଛି। ଏନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏକ ଟିମ୍ ଗଠନ କରାଯିବ। ଏହି ଟିମ୍ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ଯାଇ କ୍ଷୟକ୍ଷତିର ଆକଳନ କରିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ଏଥିସହିତ ଓଡ଼ିଶାକୁ କେନ୍ଦ୍ରୀୟ ଟିମ୍ ଯିବ ନାହିଁ ଏବଂ ଓଡ଼ିଶା ଓ କେନ୍ଦ୍ର ସରକାର ମିଳିତ ଭାବେ କାର୍ଯ୍ୟ କରିବେ ବୋଲି କୁହାଯାଇଛି।