ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ୮୦ କୋଟି ଗରିବଙ୍କୁ ମିଳିବ ମାଗଣା ରାସନ

ନୂଆଦିଲ୍ଲୀ, ଏଜେନ୍ସି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଅନଲକ-୨ ବିସୟରେ ସମ୍ବୋଧିତ କରିଛନ୍ତି। ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଲକଡାଉନ ସମୟରେ ଦେଶର ଗରିବ ନାଗରିକମାନଙ୍କ ପାଇଁ ଅର୍ଥ ଉପାର୍ଜନର ସମସ୍ତ ବାଟ ବନ୍ଦ ହେବାପରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ମଧ୍ୟରେ ଆମେ ୧.୭୫ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛୁ। ଗତ ୩ମାସ ମଧ୍ୟରେ ୨୦କୋଟି ଗରିବ ପରିବାର ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩୧,୦୦୦ କୋଟି ଟଙ୍କା ଜମାହୋଇଛି ।

ଏଥିସହ ୯ କୋଟିରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୧୮୦୦୦ କୋଟି ଜମା ହୋଇଛି । ବର୍ତ୍ତମାନର ପରିସ୍ଥିତିକୁ ଦେଖି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ନଭେମ୍ବର ଶେଷ ପର୍ଯ୍ୟନ୍ତ ବୃଦ୍ଧି କରାଯିବ, ଯାହାର ମୂଲ୍ୟ ୯୦ହଜାର କୋଟିରୁ ଅଧିକ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ସରକାର ଆସନ୍ତା ପାଞ୍ଚ ମାସ ପାଇଁ ୮୦ କୋଟି ଗରିବ ଭାଇ-ଭଉଣୀଙ୍କୁ ମାଗଣା ରାସନ ପ୍ରଦାନ କରିବେ। ପରିବାରର ପ୍ରତ୍ୟେକ ସଦସ୍ୟ ୫ କିଲୋଗ୍ରାମ ଗହମ କିମ୍ବା ଚାଉଳ ପାଇବେ। ଏଥିସହ ପ୍ରତି ପରିବାରକୁ ମିଳିବ ୧ କିଲୋ ଡ଼ାଲି।