କରୋନା କାରଣରୁ ଜି-୭ ବୈଠକରେ ଯୋଗଦେବେନି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,ଏଜେନ୍ସି: ଆସନ୍ତା ମାସରେ ବ୍ରିଟେନରେ ହେବାକୁ ଥିବା ଜି-୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ ନାହିଁ ବୋଲି ବୈଦେଶିକ ମନ୍ତ୍ରଣାଳୟ ମଙ୍ଗଳବାର ଘୋଷଣା କରିଛି। ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ। ଦେଶରେ କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗଦେବେ ନାହିଁ ବୋଲି ବ୍ୟକ୍ତିଗତ ମୁଖପାତ୍ର ଅରିନ୍ଦମ୍ ବାଗଚୀ କହିଛନ୍ତି।

ବ୍ରିଟେନର ଲଣ୍ଡନରେ ବୈଦେଶିକ ସ୍ତରୀୟ ବୈଠକରେ ଯୋଗଦେଇ ଫେରିବା ପରେ ଏହି ସେ ଏହି ଘୋଷଣା କରିଛନ୍ତି। ତେବେ ବୈଦେଶିକ ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ତାଙ୍କର ୨ ଜଣ ଅଧିକାରୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସେମାନଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଥିଲା।