ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ପୁରୀରେ ରଥଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରଦ୍ଧା ଓ ଭକ୍ତିରେ ପରିପୂର୍ଣ୍ଣ ଏହି ଯାତ୍ରା ସଭିଙ୍କ ଜୀବନରେ ସୁଖ, ସମୃଦ୍ଧି, ସୌଭାଗ୍ୟ ଓ ଆରୋଗ୍ୟରେ ଭରିଦେଉ ବୋଲି ପ୍ରଧାମନ୍ତ୍ରୀ କାମନା କରିଛନ୍ତି।
