ଦାରିଙ୍ଗବାଡ଼ି/କ.ନୂଆଗାଁ,ଏନ୍ଏନ୍ଏସ୍: କନ୍ଧମାଳ ଜିଲ୍ଲା କ.ନୂଆଗାଁ ଥାନା ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହା ଗ୍ରାମରେ ଶୁକ୍ରବାର ପୁଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଜଣକୁ ଗୁଳି କରି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ଜଣଙ୍କ ହେଲେ ରେବିଙ୍ଗିିଆ ପଞ୍ଚାୟତ ମାର୍ଦୋଲ ଗ୍ରାମର ରଞ୍ଜନ ଦିଗାଳ। ଗୁଳିକାଣ୍ଡ ପରେ ଘଟଣାସ୍ଥଳରେ ମାଓବାଦୀ ପୋଷ୍ଟର ଛାଡିବା ସହ ରଞ୍ଜନଙ୍କ ମୃତ ଦେହକୁ ବୁଡ୍ରୁମାହା ବିଦ୍ୟାଳୟ ସମ୍ମୁଖରେ ପକାଇ ଦେଇ ଯାଇଛନ୍ତି।]

