ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ, କରୋନାରେ ଥିଲେ ସଂକ୍ରମିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପିପିଲିର ପୂର୍ବତନ ବିଧାୟକ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ ଘଟିଛି। ସେ କିଛିଦିନ ପୂର୍ବରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ।

ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା ବୋଲି ପୁଅ ପ୍ରତାପ ମହାରଥୀ କହିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୪ ତାରିଖରେ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ କରୋନାରେ ମୃତ୍ୟୁ ଘଟିଥିଲା। ସେ ବିଜୁ ଜନତା ଦଳର ବରିଷ୍ଠ ତଥା ୭ ଥର ବିଧାୟକ ଓ ଦୁଇଥର ମନ୍ତ୍ରୀ ରହିଥିବା ରାଜନେତା ଥିଲେ।