ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ

ନବରଙ୍ଗପୁର,ଏନ୍ଏନ୍ଏସ୍: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ। ନବରଙ୍ଗପୁର ଚାଉଁରିଆଗୁଡ଼ାରେ ଆୟୋଜିତ ସ୍ୱତନ୍ତ୍ର ମିଶ୍ରଣ ପର୍ବରେ ଶଙ୍ଖ ଧରିଛନ୍ତି। ୧୦ ହଜାର ସମର୍ଥକଙ୍କୁ ଧରି ଏକ ବିରାଟ ରାଲିରେ ସମର୍ଥକଙ୍କ ସହ ଆସି ବିଜେଡିରେ ମିଶିଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଥିଲେ। ପ୍ରଦୀପ ଓ ତାଙ୍କ ସମର୍ଥକମାନେ ନବରଙ୍ଗପୁର ସହର ଚାଉଁରିଆଗୁଡା ଛକଠାରୁ ଏକ ବିଶାଳ ରାଲିରେ ନବରଙ୍ଗପୁର ସହର ପରିକ୍ରମା କରି ମାଝୀଗୁଡାଠାରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ଅନେକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ଗତ ୨୨ ତାରିଖରେ ପ୍ରଦୀପ କଂଗ୍ରେସ ନେତୃତ୍ୱ ପ୍ରତି ଅଙ୍ଗୁଳି ଉଠାଇ ଦଳରୁ ଇସ୍ତଫା ଦେଇଥିଲେ।