ହାଇକୋର୍ଟରୁ ପ୍ରଦୀପଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଟକ,ଏନ୍ଏନ୍ଏସ୍: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ଜାମିନ ମିଳିଛି। ଗୋଳନ୍ଥରା ଥାନା ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଜାମିନ ମିଳିଛି। ପ୍ରଦୀପଙ୍କ ବିରୋଧରେ ମୋଟ ୬ଟି ମାମଲା ଥିବା ବେଳେ ପୂର୍ବରୁ ତାଙ୍କୁ ୫ଟି ମାମଲାରେ ଜାମିନ ମିଳିସାରିଥିଲା। ଆଜି ଷଷ୍ଠ ମାମଲାରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।