ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଆସୁନି ସୁଧାର

ନୂଆଦିଲ୍ଲୀ, ଏଜେନ୍ସି: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ଆସୁନାହିଁ। ଏନେଇ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ସୂଚନା ଦେଇଛି। ହସ୍ପିଟାଲ ପକ୍ଷରୁ କୁହାଯାଇଛି ଯେ, ସେ ଗଭୀର କୋମାରେ ଅଛନ୍ତି ଏବଂ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ପ୍ରକାଶ ଯେ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ଗତ ଅଗଷ୍ଟ ୧୦ରେ ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମସ୍ତିଷ୍କରେ ଜମାଟ ପାଇଁ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା।