ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ

କଟକ,ଏନ୍‌ଏନ୍‌ଏସ୍‌: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସୁପ୍ରିମକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ଏନେଇ ଆଇନଜୀବୀ ମାନସ ଚାନ୍ଦ ସୂଚନା ପ୍ରଦାନ କରିଛନ୍ତି । ସର୍ତ୍ତ ଅନୁଯାୟୀ, ପ୍ରଶାନ୍ତ ଜଗଦ୍ଦେବ ବର୍ଷେ ଯାଏଁ ନିର୍ବାଚନ ମଣ୍ଡଳୀକୁ ଯାଇପାରିବେ ନାହିଁ । ଯଦି ନିର୍ବାଚନ ମଣ୍ଡଳୀକୁ ଯିବେ ଜିଲ୍ଲାପାଳଙ୍କ ଅନୁମତି ନେବାକୁ ପଡ଼ିବ । ୫ଜଣରୁ ଅଧିକ ଲୋକଙ୍କୁ ନେଇ ସଭା ସମିତି କରିପାରିବେ ନାହିଁ ।

ସୂଚନାଯୋଗ୍ୟ, ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ନେଇ ପ୍ରଶାନ୍ତ ଜଗଦ୍ଦେବ ଗିରଫ ହୋଇଥିଲେ ।