ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ,ଏନ୍ଏନ୍ଏସ୍: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ ଘଟିଛି। ପୁରୀ ଜିଲା ମୁଖ୍ୟ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ୬୫ ବର୍ଷ ବୟସ ହୋଇଥିଲା। ଗତକାଲି ରାତିରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା।

ସୂଚନା ଅନୁଯାୟୀ, ପ୍ରେମାନନ୍ଦ ଦାସମହାପାତ୍ର କିଛି ଦିନ ପୂର୍ବେ କରୋନା ଆକ୍ରାନ୍ତ ହୋଇ ସଂଗରୋଧ କେନ୍ଦ୍ରରେ ରହିଥିଲେ। ତେବେ ଗତକାଲି ପୁଣି ତାଙ୍କ ଦେହ ଖରାପ ହୋଇଥିଲା। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବାବେଳେ କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି।