୧୦ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,ଏଜେନ୍ସି: ଦାୟିତ୍ବ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୦ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିବେ। ଗସ୍ତ କାଳରେ ସେ ରାଜଭବନରେ ଅବସ୍ଥାନ କରିବେ ଓ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ। ୧୧ ତାରିଖରେ ଦିଲ୍ଲୀ ଫେରିଯିବେ।

ଗସ୍ତ ସମ୍ପର୍କରେ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ଓଡ଼ିଶା ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ସୂଚନା ଦିଆଯାଇଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ୨୫ ଜୁଲାଇ ୨୦୨୨ରେ ସେ ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିଥିଲେ।