ବର୍ଷ ୨୦୨୧ ପାଇଁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,ଏଜେନ୍ସି: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୦୨୧ ବର୍ଷର ନର୍ସିଂ ବୃତ୍ତିଧାରୀଙ୍କୁ ରାଷ୍ଟ୍ରପତି ଭବନ ଠାରେ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ ପୁରସ୍କାର ପ୍ରଦାନ କରିଛନ୍ତି । ସାରା ଦେଶର ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକରୁ ସମୁଦାୟ ୫୧ ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ ପୁରସ୍କାର ପ୍ରଦାନ କରାଯାଇଛି । ପୁରସ୍କାର ପାଇଥିବା ମଧ୍ୟରୁ ୧୭ ଜଣ ହେଉଛନ୍ତି ଏଏନଏମ , ୪ ଜଣ ଏଲଏଚଭି ଏବଂ ୩୦ ଜଣ ନର୍ସ ବା ସେବିକା । ଏଥିରେ ଓଡିଶାରୁ ନର୍ସ ଖୁଲଣା ବାରିକ ନର୍ସ ଶିବାନୀ ଦାସ ଏବଂ ଏଏନଏମ ଦମୟନ୍ତୀ ରାଉତ ଏହି ପୁରସ୍କାରରେ ପୁରସ୍କୃତ ହୋଇଛନ୍ତି ।