ବାବା ବଳିଆ ଓ ଶ୍ୟାମାମଣିଙ୍କୁ ପଦ୍ମଶ୍ରୀ, ସଚ୍ଚିଦାନନ୍ଦ ସ୍ୱାମୀଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,ଏଜେନ୍ସି: ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ବାବା ବଳିଆ। ନୂଆଦିଲ୍ଲୀଠାରେ ଏକ ସ୍ୱତନ୍ତ୍ର ସମାରୋହରେ ବାବା ବଳିଆଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ମାନିତ କରିଛନ୍ତି। ସେହିପରି ଶାସ୍ତ୍ରୀୟ ସଙ୍ଗୀତ ଗାୟିକା ଶ୍ୟାମାମଣି ଦେବୀଙ୍କୁ ମଧ୍ୟ ପଦ୍ମଶ୍ରୀ ଉପାଧି ମିଳିଛି। ଏହାସହିତ କ୍ରୀଡା କ୍ଷେତ୍ରରେ ବନ୍ଦନା କଟାରିୟାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଛି।

ଶିକ୍ଷା ଏବଂ ସଂସ୍କୃତି କ୍ଷେତ୍ରରେ ସଚ୍ଚିଦାନନ୍ଦ ସ୍ୱାମୀଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି। ଯୋଗ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବାବା ଶିବାନନ୍ଦଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।