ରାଉରକେଲା,ଏନ୍ଏନ୍ଏସ୍: ଅନ୍ତର୍ଜାତୀୟ ହକି ସଂଘ ସଭାପତି ନରେନ୍ଦ୍ର ବାତ୍ରାଙ୍କ ନେତୃତ୍ୱରେ ଏକ ଟିମ୍ ଆଜି ସକାଳ ପ୍ରାୟ ୯ଟାରେ ରାଉରକେଲା ଷ୍ଟାଡିୟମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେମାନଙ୍କ ସହ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ, ଆରଏମସି କମିସନର ଦିବ୍ୟଜ୍ୟୋତି ପରିଡା ଓ ଆରଏସପି କ୍ରୀଡ଼ା ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଷ୍ଟାଡିୟମର ଭିତ୍ତିଭୂମି, ଆବଶ୍ୟକ ସୁବିଧା ସୁଯୋଗ ସହ ଷ୍ଟାଡିୟମ ପରିବର୍ଦ୍ଧିତ ଯୋଜନାର ସମୀକ୍ଷା କରିଛନ୍ତି।
ପରେ ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ, କ୍ରୀଡ଼ା ସଚିବ ବିଶାଳଦେବ ମଧ୍ୟ ସେଠାରେ ପହଞ୍ଚି ସ୍ଥିତି ସମ୍ପର୍କରେ ଆଲୋଚନା କରିବେ। ରାଉରକେଲା ହାଉସରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହେବ।