ଭୁବନେଶ୍ୱର,ଏନ୍ଏନ୍ଏସ୍: ପ୍ରତିବର୍ଷ ପରି ଚଳିତବର୍ଷ ମହାପ୍ରଭୁ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ମହାଶିବରାତ୍ରୀ ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଅନୁଷ୍ଠିତ ହେଉଥିବା ଜାତୀୟ ସ୍ତରୀୟ ଭଜନ ସମାରୋହ ୩୩ବର୍ଷ ପାଳନ କରିବାକୁ ଯାଉଛି ବୋଲି ଅନୁଷ୍ଠାନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଅନୁଷ୍ଠାନର ନୂଆ ଲିଙ୍ଗରାଜ ମାର୍କେଟ ୩ୟ ମହଲାର ଲାଇବ୍ରେରୀ ହଲଠାରେ ଅନୁଷ୍ଠିତ ସମ୍ମିଳନୀରେ ସଭାପତି ତଥା ପୂର୍ବତନ ମନ୍ତ୍ରୀ ଓ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ ଓ ସମ୍ପାଦକ ସନତ ମିଶ୍ର ସୂଚନା ଦେଇ କହିଛନ୍ତି ଯେ ଚଳିତ ବର୍ଷ (୩୩ ବର୍ଷ) ପୂର୍ତ୍ତୀ ଉପଲକ୍ଷେ ଅନୁଷ୍ଠାନ ପକ୍ଷରୁ ମହାସମାରୋହରେ ଅଧ୍ୟକ ଜାକଜମକରେ ପାଳନ ହେବ । ମୁମ୍ବାଇର ଖ୍ୟାତନାମା କଳାକାର କବିତା କ୍ରିଷ୍ଣ ମୂର୍ତ୍ତୀ ଓ ଏଥ ସହ ଅନୁରାଧା ପଡ଼ୱାଲ, ତାଙ୍କ ଟିମଙ୍କ ସହିତ ସଙ୍ଗୀତ ନିର୍ଦ୍ଦେଶକ ମନ୍ମଥ ମିଶ୍ରଙ୍କ ନିର୍ଦ୍ଦେଶନାରେ ଓଡ଼ିଶାର ୩୦ରୁ ଉର୍ଶ ଖ୍ୟାତନାମା କଳାକାର ଯୋଗଦେବେ।
ମହାଶିବରାତ୍ରୀ ଦିନ ଲିଙ୍ଗରାଜ ଭଜନ ମଣ୍ଡପରେ ଭୋର ୪ ଘଟିକାରୁ ଶଙ୍ଖଧ୍ବନି, ବେଦପାଠ, ଶିବ ସହସ୍ର ନାମ, ଭାଗବତ ଗୀତାପାଠ, ଶିବ ଚେତନା, ହରିହର ଭଜନ, ରାମ ଚରିତ ମାନସ ପରାୟଣ, ପ୍ରବଚନ ପରେ ସଂନ୍ଧ୍ୟା ୭ ଘଟିକାରୁ ଭୋର ୫ଟା ପର୍ଯ୍ୟନ୍ତ ଜାତୀୟ ସ୍ତରୀୟ ଭଜନ ସମାରୋହ ହେବ। ଏହି ଉତ୍ସବରେ ମାନ୍ୟବର ମନ୍ତ୍ରୀ ଓ ମାନ୍ୟବର ବିଧାୟକ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ ଏବଂ ସଂଗୀତ ଜଗତର ଖ୍ୟାତନାମା କଳାକାରମାନଙ୍କୁ ସମ୍ମାନିତ କରାଯିବ।