ଝାରସୁଗୁଡ଼ା, ଏନ୍ଏନ୍ଏସ୍: ଝାରସୁଗୁଡାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ମୁମ୍ବାଇ ଓ ବାଙ୍ଗାଲୋରକୁ ବିମାନସେବା ଚଳାଚଳ ଆରମ୍ଭ କରିବାର ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ରାଜ୍ୟ ବିଜେପି ସମ୍ପାଦକ ଟଙ୍କଧର ତ୍ରିପାଠୀ। ଶ୍ରୀ ତ୍ରିପାଠୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ୬ ନଭେମ୍ବର ୨୦୧୯ରେ ପଶ୍ଚିମ ଓଡିଶା ଲୋକଙ୍କର ସୁବିଧାକୁ ଧ୍ୟାନରେ ରଖି ଝାରସୁଗୁଡା ଓ ମୁମ୍ବାଇ ମଧ୍ୟରେ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ ପତ୍ର ମାଧ୍ୟମରେ ଜଣାଇଥିଲେ। ଫଳରେ ଆସନ୍ତା ୧୨ ତାରିଖରୁ ମୁମ୍ବାଇ ଓ ବାଙ୍ଗାଲୁରୁକୁ ବିମାନସେବା ଆରମ୍ଭ ହେବ। ଏହାଦ୍ୱାରା ବାଣିଜ୍ୟିକ ସମ୍ପର୍କ ବଢ଼ିବା ସହ ଅର୍ଥନୀତିରେ ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି।