ମୁମ୍ବାଇର ଭିକ୍ରୋଲିରେ କାନ୍ଥ ଭୁଶୁଡ଼ି ପ୍ରାଣ ହରାଇଥିବାରୁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,ଏଜେନ୍ସି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚେମ୍ବୁର ଏବଂ ମୁମ୍ବାଇର ଭିକ୍ରୋଲିରେ କାନ୍ଥ ଭୁଶୁଡ଼ିବା କାରଣରୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରବର୍ତ୍ତୀ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଏଥିସହ ପ୍ରଧାନମନ୍ତ୍ରୀ କହିଛନ୍ତି କି, ମୁମ୍ବାଇର ଚେମ୍ବୁର ଏବଂ ଭିକ୍ରୋଲିରେ କାନ୍ଥ ଭୁଶୁଡ଼ିବା କାରଣରୁ ପ୍ରାଣ ହରାଇଥିବାରୁ ମୁଁ ଦୁଃଖିତ। ଏହି ଦୁଃଖ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରଙ୍କ ସହ ଅଛି। ଯେଉଁମାନେ ଆହତ ହୋଇଛନ୍ତି ସେମାନଙ୍କ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ମୁଁ ପ୍ରାର୍ଥନା କରୁଛି।