Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୁଃଖ ପ୍ରକାଶ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୁଃଖ ପ୍ରକାଶ

ବାଲେଶ୍ବର/ଭୁବନେଶ୍ବର/ଶାଲିମାର: ବାଲେଶ୍ବର ବାହାନଗା ‌ରେଳ ଷ୍ଟେସନ ନିକଟରେ କରମଣ୍ଡଳ ଏକ୍ସପ୍ରେସ (୧୨୮୪୧-ଅପ) ଲାଇନଚ୍ୟୁତ ଘଟଣା । ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୃତାହତ ଯାତ୍ରୀଙ୍କ ପରିବାରକୁ ଜଣାଇଲେ ସମବେଦନା । ଆହତ ଯାତ୍ରୀଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୋଦି ।

ଟ୍ବିଟ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ‘‘ଓଡିଶାରେ ଟ୍ରେନ ଦୁର୍ଘଟଣାକୁ ନେଇ ମୁଁ ଚିନ୍ତିତ । ମୃତାହତ ଯାତ୍ରୀଙ୍କ ପରିବାରକୁ ସମବେଦନା । ଆହତ ଯାତ୍ରୀଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ’’ ସେହିପରି ଘଟଣାକୁ ନେଇ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ କଥା ହୋଇଥିବା ମୋଦୀ କହିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିବା ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଟ୍ବିଟ କରି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପ୍ରିୟ ପରିଜନଙ୍କୁ ସମବେଦନା ଜଣାଇଛନ୍ତି । ଏହାସହ ଆହତକଙ୍କ ଆରୋଗ୍ୟ କାମନା କରିଛନ୍ତି । ଉପରାଷ୍ଟ୍ରପତି ଜଗଦୀପ ଧନକର ମଧ୍ୟ ଟ୍ବିଟ କରି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପ୍ରିୟ ପରିଜନଙ୍କୁ ସମବେଦନା ଜଣାଇଛନ୍ତି । ଏହାସହ ଆହତକଙ୍କ ଆରୋଗ୍ୟ କାମନା କରିଛନ୍ତି ।

ଘଟଣାକୁ ନେଇ ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଟ୍ବିଟ କରି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦାନ ଜଣାଇଛନ୍ତି । ଆହତକଙ୍କ ଆରୋଗ୍ୟ କାମନା କରିଛନ୍ତି । ଏନଡିଆରଏଫ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଜାରି ରଖିବା ସହ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ଆଶ୍ବାସନ ଦେଇଛନ୍ତି ।

ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସଆରସିଙ୍କ କାର୍ଯ୍ୟାଳୟକୁ ଯାଇ ସ୍ଥିତି ସମୀକ୍ଷା କରିଛନ୍ତି । ସମସ୍ତ ପ୍ରକାରର ସହାୟତ ୟୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳକୁ ଯିବେ । ଏତତ ବ୍ୟତୀତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧୀ ମଧ୍ୟ ଟ୍ବିଟ କରି ଦୁଃଖ ପ୍ରକାଶ କରିଛନ୍ତି । ଏଥିସହ ଆହତ ଯାତ୍ରୀଙ୍କ ସହାୟତା ଓ ଉଦ୍ଧାର ପାଇଁ ଦଳୀୟ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି ।

ଅନ୍ୟପଟେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ବାଲେଶ୍ବର ଓଡିଶାରେ କରମଣ୍ଡଳ ଏକ୍ସପ୍ରେସ ଲାଇନଚ୍ୟୁତ ଦୁଃଖ ଦାୟକ ଘଟଣା । ଆମର ଯାତ୍ରୀ ଏଥିରେ ଫସି ରହିଛନ୍ତି । ଆମ ଯାତ୍ରୀଙ୍କ ସୁରକ୍ଷା ପାଇଁ ଆମେ ଓଡିଶା ସରକାର ଓ ଦକ୍ଷିଣ ରେଳବାଇ ସହ ନିରନ୍ତର ଯୋଗାଯୋଗ ରଖି କାମ କରୁଛୁ । ଆମର ଆହତ ଯାତ୍ରୀଙ୍କ ସହାୟତା ପାଇଁ ଆମେ ହେଲ୍ପ ଲାଇନ ନମ୍ବର ୦୩୩-୨୨୧୪୩୫୨୬/୨୨୫୩୫୧୮୫ ଜାରି କରିଛୁ ।