ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଶ୍ରବଣ ବାଧିତଙ୍କୁ ଶ୍ରବଣ ଯନ୍ତ୍ର ପ୍ରଦାନ

ଦେବଗଡ଼,ଏନ୍‌ଏନ୍‌ଏସ୍‌: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଶ୍ରବଣ ବାଧିତଙ୍କୁ ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଛି । ପୂର୍ବାହ୍ନରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶ୍ରବଣ ଯନ୍ତ୍ର ପ୍ରଦାନ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୩୩ଜଣ ଶ୍ରବଣ ବାଧିତ ଶିଶୁଙ୍କୁ ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଛି । ଜିଲ୍ଲାପାଳ ଶ୍ରୀ ଉପାଧ୍ୟାୟ ଶ୍ରବଣ ଯନ୍ତ୍ରକୁ ଶିଶୁଙ୍କ କାନରେ ଲଗାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସାଧନା ଦାଶ, ଏନଆରଏଚଏମ ଜିଲ୍ଲା ପରିଚାଳକ ଉମେଶ ପ୍ରସାଦ ଷଡ଼ଙ୍ଗୀ ଓ ଏଡିପିଏଚଓ ଡାକ୍ତର ଧନୁର୍ଜୟ ମହନ୍ତ ପ୍ରମୁଖ ମଞ୍ଚାସିନ ଥିଲେ ।