ଭବାନୀପାଟଣା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା,ଏନ୍ଏନ୍ଏସ୍: ଆଜି ଭବାନୀପାଟଣାସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ ଏବଂ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସଚିନ ପାୱାର, ଉପ ଜିଲ୍ଲାପାଳ ଭବାନୀପାଟଣା ଡ. ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୮୭ ଜଣ ଆବେଦନକାରୀ ନିଜର ଅଭିଯୋଗପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।