ପୁରୀ,ଏନ୍ଏନ୍ଏସ୍: ଆଜି ଓ ଆସନ୍ତାକାଲି ୨ଦିନ ପାଇଁ ରାତି ୧୧ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ଖୋଲା ରହିବ । ପଞ୍ଚୁୁକରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଦର୍ଶନ ଅବଧି ବଢ଼ାଯାଇଥିବା ଜଣାପଡ଼ିଛି । ଏଥିସହିତ ୧୯ ତାରିଖ ଅର୍ଥାତ୍ କାର୍ତ୍ତିକ ପୂର୍ଣ୍ଣିମାରେ ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।