କ୍ୱାରେଣ୍ଟାଇନ ନିୟମ ଉଲ୍ଲଙ୍ଘନ କଲେ ଗିରଫ କରାଯିବ: ଜିଲ୍ଲାପାଳ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: କରୋନା ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। କରୋନା କଟକଣା ନିୟମ ଉଲ୍ଲଙ୍ଘନ କଲେ କାର୍ଯ୍ୟାନୁଷ୍ଠାନ ସହ କ୍ୱାରେଣ୍ଟାଇନ ନିୟମ ଉଲ୍ଲଙ୍ଘନ କଲେ ଗିରଫ କରାଯିବ ବୋଲି ଜିଲ୍ଲାପାଳ ସରୋଜ କୁମାର ସାମଲ କହିଛନ୍ତି। ବିଶେଷ ଭାବରେ ବାହାର ରାଜ୍ୟରୁ ଆସୁଥିବା ଲୋକେ କ୍ୱାରେଣ୍ଟାଇନର ନିୟମକୁ କଡାକଡି ଭାବରେ ପାଳନ କରନ୍ତୁ। ନଚେତ ପ୍ରଶାସନ ପକ୍ଷରୁ ମାମଲା ରୁଜୁ କରାଯାଇ ପରିବାରର ମୁଖ୍ୟଙ୍କୁ ଗିରଫ କରାଯିବ। ସେ ଆହୁରି ମଧ୍ୟ କହିଛନ୍ତି ଆଜି କ୍ୱାରେଣ୍ଟାଇନ ନିୟମ ଉଲ୍ଲଙ୍ଘନ କରିଥିବା ୩ ଜଣଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।