ରେଳ ପ୍ରକଳ୍ପ ସମୀକ୍ଷା ବୈଠକ: ଜମି ଅଧଗ୍ରହଣ ଓ କାର୍ଯ୍ୟ ତ୍ବରାନ୍ବିତ ଲାଗି ନିର୍ଦ୍ଦେଶ

ଭୁବନେଶ୍ବର,ଏନ୍ଏନ୍ଏସ୍: ରାଜ୍ୟରେ ଜାରି ରହିଛି ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟ। ସମସ୍ତ ରେଳ ପ୍ରକଳ୍ପ ପାଇଁ ଥିବା ଜମି ଅଧଗ୍ରହଣ ଓ ଏ କ୍ଷେତ୍ରରେ ଥିବା ସମସ୍ତ ଅସୁବିଧା ଦୂର କରିବା ଦିଗରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ବୈଠକ।

ବୈଠକରେ ପ୍ରାୟ ୪୦ଟି ରେଳ ପ୍ରକଳ୍ପର ଜମି ଗ୍ରହଣ ସଂପର୍କରେ ଆଲୋଚନା ହୋଇଛି। ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପ ପାଇଁ ଆବଶ୍ୟକ ଜମି ଅଧଗ୍ରହଣ ସଂପର୍କରେ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ବାରୋପ କରିଛନ୍ତି। ଏହା ସହ ଏହି କାର୍ଯ୍ୟ ତ୍ବରାନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଭିସି ଯୋଗେ ଏହି ବୈଠକ ଆୟୋଜିତ ହୋଇଥିଲା। ବୈଠକରେ ୨୧ଟି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ, ବାଣିଜ୍ୟ ଓ ପରିବହନ ବିଭାଗର ଜମି ଅଧିଗ୍ରହଣ ଅଧିକାରୀ ଓ ରେଲୱେର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। କିପରି ଭାବେ ପ୍ରକଳ୍ପ କାର୍ଯ୍ୟଗୁଡିକ ତ୍ବିରାନ୍ବିତ ହେବ ସେ ଦିଗରେ ଆଲୋକପାତ ହୋଇଛି।