ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା, ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭଗା ପକ୍ଷରୁ କୁହାଯାଉଛି। ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେ଼ଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ପୁରୀ ଓ ଅନୁଗୁଳ ଆଦି ରହିଛି। ବର୍ଷା ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।