ଆସନ୍ତା ଦୁଇ ଦିନ ରାଜ୍ୟର ବହୁ ଅଞ୍ଚଳରେ ବର୍ଷା

ଭୁବନେଶ୍ୱର, ଏନ୍ଏନ୍ଏସ୍: ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ ଘଡ଼ି ହେବାନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର। ଏହି ସମୟରେ ବଳକା ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିବ। ୪୮ ଘଣ୍ଟା ମଧ୍ୟରେ ଦିନ ଏବଂ ରାତିରେ ତାପମାତ୍ରା ୨ ଡିଗ୍ରୀ ଖସିବ। ପରବର୍ତ୍ତୀ ପର୍ଯ୍ୟାୟରେ ଏହା ପୁଣି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଗତ ୨୪ ଘଣ୍ଟାରେ ରାଜ୍ୟର ୭ଟି ସ୍ଥାନରେ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ୍ ଉପରକୁ ରେକର୍ଡ ହୋଇଛି। ବୌଦ୍ଧରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରହିଥିଲା।