ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗଜପତି, ଗଞ୍ଜାମ, ନୟାଗଡ଼, କୋରାପୁଟ, ନୂଆପଡ଼ା, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡିରେ ବର୍ଷା ହେବ। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଦାରିଙ୍ଗବାଡ଼ି ଓ ଭବାନୀପାଟଣାରେ ଘନ କୁହୁଡ଼ି ଅନୁଭୂତ ହୋଇଛି। ଏଥିସହ ଅନୁଗୁଳରେ ସାମାନ୍ୟ କୁହୁଡ଼ି ଦେଖାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର  ୮ ଜିଲ୍ଲାରେଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଅନ୍ୟ ଜିଲ୍ଲାମାନଙ୍କରେ ପାଗ ଶୁଖିଲା ରହିବ। ଏଥିସହ ଝାରସୁଗୁଡାରେ ଆଜିର ସର୍ବନିମ୍ନ ତାପମାତ୍ରା ୧୧.୪ ଡିଗ୍ରୀ ସେଲସିୟସ ରହିଛି।