ଆଜିଠୁ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜିଠାରୁ ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ଗଜପତି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆଜି ଲଘୁଚାପର ପ୍ରଭାବ ଅଧିକ ରହିବ ଓ ରାଜ୍ୟର ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ ବଲାଙ୍ଗିର। ତେବେ ଆସନ୍ତା ୧୧ ତାରିଖ ପାଇଁ ୭ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୨, ୧୩ ଏବଂ ୧୪ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।