ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ସକାଳୁ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଥିବା ଦେଖାଯାଛି। ଆଗାମୀ ୯ ତାରିଖ ଯାଏଁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ରହିବ। ଏହି ତାପମାତ୍ରା୧୦ ଡିଗ୍ରି ତଳକୁ ଖସିବାର ସମ୍ଭାବନା ରହିଛି। ଏଥିସହ ଆଜି ଦିନ ସାରା ପାଗ କୋହଲା ରହିବ। ଉପକୂଳ ଓ ଉତ୍ତର ଓଡିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେଉଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୭ ଓ ୮ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ଝାରସୁଗୁଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, କନ୍ଧମାଳ, ନୟାଗଡ଼ ଓ ବଲାଙ୍ଗିର ଜିଲ୍ଲାର କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।