ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ ହେଲେ ରାଜ କୁମାର ଶର୍ମା

ଭୁବନେଶ୍ୱର,ଏନ୍ଏନ୍ଏସ୍: କୃଷି ଉତ୍ପାଦନ କମିଶନର ରାଜ କୁମାର ଶର୍ମା ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ଶର୍ମାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏସିଏସ୍ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଥିବା ଜଣାପଡ଼ିଛି। ଫଳରେ ସେ ପୂର୍ବରୁ ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ ଥିବା ପ୍ରଦୀପ୍ତ ମହାପାତ୍ରଙ୍କ ସ୍ଥାନ ନେଇଛନ୍ତି।