ରାଜସ୍ଥାନ ରାଜନୈତିକ ସଙ୍କଟ, ଆସନ୍ତା କାଲି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,ଏଜେନ୍ସି: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନେତୃତ୍ୱାଧିନ କଂଗ୍ରେସ ସରକାରରେ ସୃଷ୍ଟି ହୋଇଥିବା ରାଜନୈତିକ ସଙ୍କଟ ଜାରି ରହିଛି। ବିଧାନସଭା ବାଚସ୍ପତି ସିପି ଯୋଶୀ ହାଇକୋର୍ଟଙ୍କ ରାୟକୁ ଚାଲେଞ୍ଜ କରିଥିବାରୁ ତାଙ୍କ ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ।

ଉଲ୍ଲେଖଯୋଗ୍ୟ ଯେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍ ଓ ଅନ୍ୟ ୧୮ ଜଣ ବିଧାୟକଙ୍କ ବିରୋଧରେ ବାଚସ୍ପତି ଜାରି କରିଥିବା ଦଳବଦଳ ନିରୋଧ ଅନୁଯାୟୀ ନୋଟିସ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିବାକୁ ଯୋଶୀ ସୁପ୍ରିମକୋର୍ଟରେ ଚାଲେଞ୍ଜ କରିଛନ୍ତି।