Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଗଞ୍ଜାମ ବିକାଶ କାର୍ଯ୍ୟ ଉପରେ ତୀକ୍ଷ୍ଣ ନଜର ରଖିଛି: ମୁଖ୍ୟମନ୍ତ୍ରୀ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଗଞ୍ଜାମ ବିକାଶ କାର୍ଯ୍ୟ ଉପରେ ତୀକ୍ଷ୍ଣ ନଜର ରଖିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ବ୍ରହ୍ମପୁର,ଏନ୍ଏନ୍ଏସ୍: ବ୍ରହ୍ମପୁର ତଥା ଗଞ୍ଜାମର ବିକାଶ ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର ଗୁରୁତ୍ୱ ବହନ କରିଛି। ଏହାକୁୁ ଏକ ‘ଆଦର୍ଶ ସହର’ ଭାବରେ ଗଢ଼ିତୋଳିବା ପାଇଁ ଉଦ୍ୟମ ଜାରି ରହିଛି। ବ୍ରହ୍ମପୁର ସହରରେ ଅବ୍ୟବହୃତ ଓ ଅସ୍ୱାସ୍ଥ୍ୟକର ପରିବେଶରେ ପଡ଼ିରହିଥିବା ରାମଲିଙ୍ଗେଶ୍ୱର ଜଳାଶୟର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମତବ୍ୟକ୍ତ କରିଛନ୍ତି।

ନବୀନ ନିବାସରୁ ଭିଡିଓକନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାମଲିଙ୍ଗେଶ୍ୱର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଥିଲେ। ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଓ ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁରର ଜନସାଧାରଣଙ୍କୁ ଆହ୍ୱାନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ଗତ କିଛି ବର୍ଷ ତଳେ ଏହି ଜଳାଶୟର ଅବସ୍ଥା କ’ଣ ଥିଲା ଏବଂ ବର୍ତ୍ତମାନ ତାହା କେଉଁଠି ପହଞ୍ଚିଛି ଦେଖିବା କଥା। ଏହା ହିଁ ହେଉଛି ପରିବର୍ତ୍ତନ। ଫଳରେ ରାମଲିଙ୍ଗେଶ୍ୱର ଜଳାଶୟ ଓ ପାର୍କ ଆଜି ଗଞ୍ଜାମର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି। ବ୍ରହ୍ମପୁରର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନ ଓ ସହଯୋଗ ଯୋଗୁଁ ତାହା ସମ୍ଭବ ହୋଇପାରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ସେ କହିଥିଲେ, ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧାଥିବା ଏକ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟାୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ‘ରିଂଗ ରୋଡ୍’ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। ତେଣୁ ବ୍ରହ୍ମପୁରକୁ ଏକ ସୁନ୍ଦର ତଥା ଆଧୁନିକ ସହର ଭାବରେ ଗଢ଼ିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ। କୋଭିଡ୍ ସମୟରେ ଗଞ୍ଜାମର ଜନସାଧାରଣଙ୍କର ଦୃଢ଼ ମନୋବଳର ଉଚ୍ଚ ପ୍ରଶଂସା କରି

ମୁଖ୍ୟମନ୍ତ୍ରୀ କହିଥିଲେ, ଗଞ୍ଜାମର ଜନତାଙ୍କ ସଂଯମତା ଓ ଆତ୍ମଶକ୍ତି ଯୋଗୁଁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡ୍କୁ ନିୟନ୍ତ୍ରଣ କରାଯାଇପାରିଛି। ଫଳରେ ଗଞ୍ଜାମ ସାରା ଦେଶ ପାଇଁ ‘ରୋଲ ମଡେଲ’ ହୋଇପାରିଛି।
ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଭାପତି ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉଦ୍ବୋଧନ ଦେଇ ରାମଲିଙ୍ଗେଶ୍ୱର ଜଳାଶୟର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ପ୍ରଶଂସା କରିଥିଲେ।
ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣରେ ସକ୍ରିୟ ଭୂମିକା ଗ୍ରହଣ କରିଥିବା ଗଞ୍ଜାମର ପୂର୍ବତନ ଜିଲ୍ଲାପାଳ ପ୍ରେମଚାନ୍ଦ ଚୌଧୁରୀ ଏବଂ ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଚକ୍ରବର୍ତ୍ତୀ ରାଠୋରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆନ୍ତରିକ କୃତଜ୍ଞତା ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନର ଧନ୍ୟବାଦ ଅର୍ପଣ କରିଥିଲେ।

ଆଠ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ। ସମୟକ୍ରମେ ଏହା ଅବ୍ୟବହୃତ ହୋଇପଡିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ କ୍ରମେ ୨୦୧୭ରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହୋଇଥିଲା। ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଙ୍କରଙ୍କର ୩୫ ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତୀ ଶୋଭା ପାଉଥିବାବେଳେ ଚତୁଃପାର୍ଶ୍ୱରେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢ଼ିତୋଳିଛି। ସେମାବାର ଚିତାକର୍ଷକ ଆତସବାଜି, ଶିବ ତାଣ୍ଡବ ସ୍ତୋତ୍ରର ତାଳେ ତାଳେ ଲେଜର ଲାଇଟ୍ ଓ ଏକ ସଂଗୀତମୟ ପରିବେଶ ମଧ୍ୟରେ ବ୍ରହ୍ମପୁରର କେନ୍ଦ୍ରସ୍ଥଳୀରେ ଥିବା ଏହି ରାମଲିଙ୍ଗେଶ୍ୱର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ।