ପୁରୁଷ ବନ୍ଧ୍ୟାକରଣରେ ରାମନାଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରାଜ୍ୟରେ ପ୍ରଥମ

ରାମନାଗୁଡ଼ା,ଏନ୍‌ଏନ୍‌ଏସ୍‌: ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ଓ ମହିଳା ଆରୋଗ୍ୟ ସମିତିର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳ ସ୍ୱଧା ଦେବ ସିଂ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବେଳେ । ଆଦିବାସୀ ବିକାଶ ଅଧିକାରୀ ଡା. ଦିଲ୍ଲୀପ କୁମାର ବେହେରା ଓ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଜାଜ୍ଞସେନି ବେହେରା ମଞ୍ଚାସୀନ ଅତିଥିରୂପେ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସଂଘମିତ୍ରା ମହାପାତ୍ର ପୁରୁଷ ବନ୍ଧ୍ୟାକରଣରେ ରାଜ୍ୟସ୍ତରରେ ରାମନାଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ଜିଲ୍ଲାପାଳ ଶ୍ରୀମତୀ ସିଂଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି । ସେହିପରି ପୁରୁଷ ସ୍ୱାସ୍ଥ୍ୟକର୍ମୀ ସୁରେଶ ମହାଙ୍କୁଡ଼ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ତାଙ୍କୁ ଉପଢ଼ୌକନ ସହ ମାନପତ୍ର ପ୍ରଦାନ କରାଯାଇଥିଲା । ରାଜ୍ୟସ୍ତରରେ ଏହି ସଫଳତା ହାସଲ କରିଥିବାରୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଓ ବିପିଏମଙ୍କ ସମେତ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ତ କର୍ମଚାରୀଙ୍କୁ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶ୍ରୀମତୀ ସଂଘମିତ୍ରା ମହାପାତ୍ର ଧନ୍ୟବାଦ ଜଣାଇଛନ୍ତି ।