ଦେଶବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପିଏମ ମୋଦୀ

ନୂଆଦିଲ୍ଲୀ,ଏଜେନ୍ସି: ଦେଶବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନୂତନ ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ ବୋଲି ରାଷ୍ଟ୍ରପତି ଟୁଇଟ ଯୋଗେ କହିଛନ୍ତି।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ନବବର୍ଷର ଶୁଭକାମନା ଜଣାଇଛନ୍ତି। ଏହି ନବ ବର୍ଷରେ ସମସ୍ତେ ସୁସ୍ଥ ରୁହନ୍ତୁ ବୋଲି କହିଛନ୍ତି।