ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ,ଏନ୍ଏନ୍ଏସ୍: ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିବସ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ୱତନ୍ତ୍ର ହେଲିକାପ୍ଟର ଯୋଗେ ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଆଗମନକୁ ନେଇ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏନେଇ ସେଠାରେ ୪୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି।

ଆଜି ସକାଳ ୮ଟା ୫ ମିନିଟରେ ରାଷ୍ଟ୍ରପତି ରାଜଭବନରୁ ପୁରୀ ଅଭିମୁଖେ ବାହାରିଥିଲେ। ତାଙ୍କ ସହିତ ପତ୍ନୀ ସବିତା କୋବିନ୍ଦ ମଧ୍ୟ ଉପସ୍ଥିତ ଅଛନ୍ତି। ଏହାପରେ କୋଣାର୍କ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ଯୋଗୁଁ ବଡ଼ ଦାଣ୍ଡର ମେଡ଼ିକାଲ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଆଜି ଦିନ ୧୨ଟା ଯାଏ ସମସ୍ତ ଦୋକାନ ବଜାର ବନ୍ଦ ରହିବ।