ରାୟଗଡ଼ା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲାରେ ଆଜି ୯୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲାକୁ ୭ ଦିନ ପାଇଁ ସଟଡାଉନ କରିବାକୁ ଜିଲ୍ଲାପାଳ ପଦକ୍ଷେପ ନେଇଛନ୍ତି। ଆସନ୍ତାକାଲିଠୁ ୨୯ ତାରିଖ ପର୍ଯ୍ୟନ୍ତ ଏହି ସଟଡାଉନ ଲାଗୁ ହେବ।
ସୂଚନାଯୋଗ୍ୟ, ରାୟଗଡ଼ାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮ ହୋଇଥିବାବେଳେ ୧୩୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨ଜଣଙ୍କର ମୃତ୍ୟୁ ଘଟିଛି ଓ ୧୯୭ଜଣ ଚିକିତ୍ସିତ ହେଉଛନ୍ତି।