Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ପ୍ରବଳ ବର୍ଷିବ, ୪ ଜିଲ୍ଲାକୁ ରେଡ୍ ଆଲର୍ଟ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ପ୍ରବଳ ବର୍ଷିବ, ୪ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଉପକୂଳ ଓଡ଼ିଶା ଓ ଏହାର ସଂଲଗ୍ନ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି ଶୁକ୍ରବାର ୪ଟି ଜିଲ୍ଲା ଯଥା ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ବିଭାଗ ପକ୍ଷରୁ ଏହି ଜିଲ୍ଲାପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହାସହିତ ୬ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ମଧ୍ୟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ପୁରୀ, କୋରାପୁଟ, ବଲାଙ୍ଗିର, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲା ରହିଛି।

ଏହି ଜିଲ୍ଲାରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଶୁକ୍ରବାର ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଜିଲ୍ଲାପ।।ଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଏନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଇବା ସହିତ ଘଟଣା ଉପରେ ତୀକ୍ଷ୍ଣ ନଜର ରଖିବାକୁ କହିଛନ୍ତି।

ଅନ୍ୟପକ୍ଷରେ ପାଣିପାଗ କେନ୍ଦ୍ର ପକ୍ଷରୁ ୪ଟି ଜିଲ୍ଲା ପାଇଁ ରେଡ୍ ଓ ୬ଟି ଜିଲ୍ଲାପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବାବେଳେ ଏହି ଜିଲ୍ଲାର ଜିଲ୍ଲାପାଳଙ୍କୁ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ମୁକାବିଲା କରିବା ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ଜିଲ୍ଲାସ୍ତରରେ ଜରୁରୀକାଳୀନ କେନ୍ଦ୍ରଗୁଡ଼ିକୁ ୨୪ ଘଣ୍ଟିଆ ଖୋଲା ରଖିବା ପାଇଁ କୁହାଯାଇଛି।

ଆବଶ୍ୟକ ପଡ଼ିଲେ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ସେମାନଙ୍କ ପାଇଁ ରନ୍ଧା ଖାଦ୍ୟ, ପାନୀୟଜଳ, ଔଷଧ ଯୋଗାଇ ଦେବା ପାଇଁ ମଧ୍ୟ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଅସ୍ଥାୟୀ ଆଶ୍ରୟସ୍ଥଳୀଗୁଡ଼ିକରେ ଯଥେଷ୍ଟ ପରିମାଣରେ ଖାଦ୍ୟସାମଗ୍ରୀ, ପାନୀୟଜଳ, ମହମବତୀ ଆଦି ମହଜୁଦ୍ ରଖିବାକୁ କୁହାଯାଇଥିବାବେଳେ ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବା ପାଇଁ କୁହାଯାଇଛି।

ଏହାସହିତ ବର୍ଷା ସମୟରେ ଏହି ଜିଲ୍ଲାଗୁଡ଼ିକରେ ଭୁ-ସ୍ଖଳନ ହେବାର ଆଶଙ୍କା ରହିଛି। ତେଣୁ ରାସ୍ତାଘାଟକୁ ସଫା କରିବା ସହିତ ନିରବଛିନ୍ନ ଯୋଗାଯୋଗ ପାଇଁ ଆଗୁଆ ପ୍ରସ୍ତୁତ ରହିବା ପାଇଁ ଏସଆରସି କହିଛନ୍ତି। ସେହିପରି ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ, କଡ଼ା ନିର୍ଦ୍ଦେଶ ଦିଆଯାଇଛି।