ଡ୍ରେନ କଡ଼ରୁ ଅଜଣା ବ୍ୟକ୍ତିଙ୍କ ଶବ ଉଦ୍ଧାର

ଦାରିଙ୍ଗବାଡ଼ି, ଏନ୍ଏନ୍ଏସ୍: ଦାରିଙ୍ଗବାଡି ଥାନା ଅନ୍ତର୍ଗତ ଶିବ ମନ୍ଦିର ନିକଟ ରାସ୍ତା କଡ଼ରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନଥିବା ବେଳେ ସେ ମାନସିକ ବିକାରଗ୍ରସ୍ତ ବୋଲି ଜଣାପଡ଼ିଛି। ଘଟଣା ସ୍ଥଳରେ ଦାରିଙ୍ଗବାଡ଼ି ପୁଲିସ ପହଞ୍ଚି ଲୋକଙ୍କୁ ପଚାରଉଚାର କରିବା ସହ ତଦନ୍ତ ଆରମ୍ଭ କରିଛି।