ବଦଳିଲେ ୩ ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ

ଭୁବନେଶ୍ୱର,ଏନ୍ଏନ୍ଏସ୍: ୩ଟି ଜିଲ୍ଲାର ଯୋଜନା ବୋର୍ଡର ଅଧ୍ୟକ୍ଷଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଦଳି କରିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ କଳାହାଣ୍ଡି ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଉକ୍ତ ପଦବୀରେ ଥିବା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଦେଓଗଡ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଉକ୍ତ ପଦବୀରେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଅନେକ ଦିନ ଧରି ଦାୟିତ୍ୱ ତୁଲାଇଥିଲେ। ସେହିପରି ମନ୍ତ୍ରୀ ନବକିଶୋର ଦାସଙ୍କ ସ୍ଥାନରେ ଶ୍ରମ ମନ୍ତ୍ରୀ ଶୁଶାନ୍ତ ସିଂହଙ୍କୁ ବଲାଙ୍ଗୀର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।