କୋରୁକୋଣ୍ଡା,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲା ଓରକେଲ ଥାନା ଅନ୍ତର୍ଗତ ବାଲିମେଳା-ଜୟପୁର ମୁଖ୍ୟ ରାସ୍ତାର ଖିଲଗୁଡା ନିକଟରେ ଆଜି ଅପରାହ୍ଣରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ବାଲିମେଳା ଆଞ୍ଚଳିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମୃତ ବ୍ୟକ୍ତି ଜଣକ ଛତିଶଗଡ଼ ରାଜ୍ୟର ଜଗଦଲପୁର ର ଅଜୟ ଦାସ ବୋଲି ତାଙ୍କ ସମ୍ପର୍କୀୟ କହିଛନ୍ତି। ଗୁରୁତର ଜଣକ ଡ଼ମୁ ଚାଲାଣ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଦୁଇ ବାଇକ ଆରୋହୀ କିଛି କାମରେ ବାଲିମେଳା ଆସି ଫେରିବା ବାଟରେ ଏପରି ଦୁର୍ଘଟଣା ହୋଇଥିଲା।