ଦଶମ ଶ୍ରେଣୀ ପାଠ୍ୟକ୍ରମରେ ସାମିଲ ହେବ ସଡକ ସୁରକ୍ଷା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ଶିକ୍ଷାବର୍ଷରୁ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ସଡକ ସୁରକ୍ଷା ବିଷୟକୁ ରଖାଯିବ। କେମିତି ପାଠ୍ୟକ୍ରମରେ ସାମିଲ କରାଯିବ ସେସମ୍ପର୍କରେ ଗଣଶିକ୍ଷା ବିଭାଗ ନିଷ୍ପତି ନେବ ବୋଲି ପରିବହନ କମିଶନର ସଂଜୀବ ପଣ୍ଡା ପ୍ରକାଶ କରିଛନ୍ତି ।

ବୁଧବାର ପରିବହନ ସଚିବ ପ୍ରମୋଦ ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଏହି ନିଷ୍ପତି ନିଆଯାଇଛି ।